ଭୁବନେଶ୍ୱର : ପୌର ନିର୍ବାଚନରେ କଡାକଡି ହେବ ସୁରକ୍ଷା ବ୍ୟବସ୍ଥା । ୧୯୫ ଟି ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ । ବିଏମସି ପାଇଁ ୩୦, ସିଏମସି ୨୦, ବ୍ରହ୍ମପୁର ମୁନିସିପାଲ କର୍ପୋରେସନ ପାଇଁ ୧୦ ରହିବେ । ୩୦୦ ମୋବାଇଲ ପାର୍ଟି ରହିବେ । ସେଥି ମଧ୍ୟରୁ ୩ ମହାନଗର ନିଗମରେ ୧୦୯ ଟି ରହିବେ । ପ୍ରତି ବୁଥରେ ଜଣେ ଲେଖାଏଁ କନେଷ୍ଟବଳ କିମ୍ବା ହାବିଲଦାର କିମ୍ବା ଆର୍ମ ଫୋର୍ସ ରହିବେ ।
କ୍ଲସ୍ଟର ବୁଥରେ ଜଣେ ପୋଲିସ ଅଫିସର ସହ ୱାନ ଫୋର୍ଥ ଫୋର୍ସ ରହିବେ । ନିର୍ବାଚନ ହେଉଥିବା ପ୍ରତ୍ୟେକ ପୌର ପରିଷଦର ପୋଲିସ ଷ୍ଟେସନରେ ଗୋଟିଏ ଲେଖାଏଁ ଷ୍ଟ୍ରାଇକିଂ ଫୋର୍ସ ରହିବେ । ଜିଲ୍ଲାରେ ଜରୁରୀ ପରିସ୍ଥିତି ପାଇଁ ଗୋଟିଏ କିମ୍ବା ଦୁଇ ପ୍ଲାଟୁନ ଫୋର୍ସ ରହିବେ । ୫ ଟି ସ୍ଥାନରେ ବଡ଼ର ସିଲି ପଏଣ୍ଟ ରହିବ । ୨୪ ମାର୍ଚ୍ଚରେ ଦିନ ୮ଟା ରୁ ୫ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ ।
ମୋଟ ୨୨ ହଜାର ପୋଲିଂ କର୍ମଚାରୀ ନିୟୋଜିତ ହେବେ । ପ୍ରତ୍ୟେକ ପୋଲିଂ ପାର୍ଟିରେ ଜଣେ ପ୍ରିଜାଇଡିଂ ଅଫିସର ଆଉ ୪ ଜଣ ପୋଲିଂ ଅଫିସର ରହିବେ । ସମୁଦାୟ ୧୭୩୭ ୱାର୍ଡରେ ହେବ ପୌର ପରିଷଦ ନିର୍ବାଚନ । ୪୩୭୩ ବୁଥରେ ୪୦ ଲକ୍ଷ ୫୫ ହଜାର ୫୩ ଜଣ ମତଦାତା ନିଜର ମତଦାନ ସାବ୍ୟସ୍ତ କରିବେ । ସମୁଦାୟ ୫୮ ଟି ୱାର୍ଡରେ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି । ଆସନ୍ତାକାଲି ୫ ଟା ସୁଦ୍ଧା ପ୍ରଚାର ବନ୍ଦ ହେବ ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ ।
