ଭୁବନେଶ୍ୱର : ରାଜ୍ୟରେ ଜାରି ରହିଥିବା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ ଯିବାର ସମୟରେ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର । ଗ୍ରୀଷ୍ମ ପ୍ରବାହ ବଢ଼ିବାକୁ ଥିବା ବେଳେ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସକାଳୁଆ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ରାଜ୍ୟରେ ଆସନ୍ତା ଏପ୍ରିଲ ୨ ତାରିଖରୁ ଛାତ୍ରଛାତ୍ରୀମାନେ ସକାଳେ ସ୍କୁଲ ଯିବେ ।
ସକାଳ ସାଢେ ୬ଟା ରୁ ୧୦ଟା ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ କ୍ଲାସ୍ ହେବା ସହ ସକାଳ ୭ଟା ରୁ ୧୧ଟା ଯାଏଁ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ କ୍ଲାସ କରିବେ । ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ ।
