ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ, ଅସହ୍ୟ ହେଉଛି ତାତି

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଅସହ୍ୟ ହେଉଛି ତାତି । ଖରା ସାଙ୍ଗକୁ ଗୁଳୁଗୁଳି ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ରାଜ୍ୟର ୧୫ଟି ସହରରେ ପାରଦ ୪୦ ଡିଗ୍ରୀ ପାର କରିଥିବା ବେଳେ ଏବେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି ।

ବିଶେଷ କରି ପଶ୍ଚିମ ଓଡିଶାର ସମସ୍ତ ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବା ବେଳେ ଦକ୍ଷିଣ ଓଡିଶାରେ ମଧ୍ୟ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଅନୁଭୁତ ହେଉଛି । ଗତ ୨୪ ଘଣ୍ଟା ମଧ୍ୟରେ ସୁବର୍ଣ୍ଣପୁରରେ ସର୍ବାଧିକ ୪୩ ଡିଗ୍ରୀ ତାପମାତ୍ରା ରେର୍କଡ କରାଯାଇଛି । ଆଗାମୀ ୫ ଦିନ ଯାଏ ଆହୁରି ୨ ରୁ ୩ ଡିଗ୍ରୀ ତାପମାତ୍ରା ବଢିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ସମେତ ଦକ୍ଷିଣ ଓଡିଶାର କିଛି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବା ନେଇ ଆକଳନ କରାଯାଉଛି । ସେହିପରି ଉପକୂଳ ଓଡିଶାର କେତେକ ସ୍ଥାନରେ କାଳବୈଶାଖି ହେବା ନେଇ ମଧ୍ୟ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *