ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ଟ୍ୱିଟ କରି ସୂଚନା ଦେଲା ଆଇଏମଡି

ଭୁବନେଶ୍ୱର : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଆଣ୍ଡାମାନ ସାଗରରେ ଗୁରୁବାର ସକାଳେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏନେଇ ଆଇଏମଡି ପକ୍ଷରୁ ସୂଚନା ମିଳିଛି ।

ଖବର ଅନୁଯାୟୀ, ଆଗାମୀ ୧୯ ତାରିଖ ସୁଦ୍ଧା ଲଘୁଚାପଟି ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ତେବେ ଓଡ଼ିଶା ଉପରେ ଏହାର ପ୍ରଭାବ କ’ଣ ରହିବ ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ଆଗ ଗୋଟେ କି ଦୁଇ ଦିନ ମଧ୍ୟରେ ପୁରା ଚିତ୍ର ସ୍ପଷ୍ଟ ହୋଇଯିବ ବୋଲି ଅନୁମାନ କରାଯାଉଛି ।

Leave a Reply

Your email address will not be published. Required fields are marked *