ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ

ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ । ଘରୋଇ କଳହକୁ କେନ୍ଦ୍ରକରି ଆତ୍ମହତ୍ୟା କରିଥିବା ସନ୍ଦେହ । ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସେପ୍ଟିବାହଲ କୁମ୍ଭାରପଡାଠାରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସେପ୍ଟିବାହଲ କୁମ୍ଭାରପଡାଠାରେ ଏକ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ସୁନ୍ଦରଗଡ ଡେଙ୍ଗିବାଡିର ଈଶ୍ବର ନାଗ । ଘରୋଇ କଳହକୁ କେନ୍ଦ୍ରକରି ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ସଦର ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରୁଛି ।

Leave a Reply

Your email address will not be published. Required fields are marked *