ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଦାନାବାନ୍ଧୁଛି ଆଉ ଏକ ଲଘୁଚାପ । ଗୋଟିଏ ଲଘୁଚାପ ଓ ଚଳିତ ବାତ୍ୟା ଭୟ ଯିବାର ସପ୍ତାହେ ନପୂରୁଣୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଉ ଏକ ଲଘୁଚାପ ସୃଷ୍ଟିହେବା ନେଇ ଅନୁମାନ କରିଛି ପାଣିପାଗ ବିଭାଗ । ଚଳିତ ମାସ ୧୯ ସୁଦ୍ଧା ଏହି ଲଘୁଚାପ ସୃଷ୍ଟି ହୋଇପାରେ ।

ସୃଷ୍ଟି ହେବାକୁ ଯାଉଥିବା ଲଘୁଚାପ ପ୍ରଭାବରେ ମୌସୁମୀ ବାୟୁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଅଣ୍ଡାମାନ ନିକୋବର ଦ୍ବୀପପୁଞ୍ଜ ଓ ଏହାର ନିକଟବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗର ଛୁଇଁବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ସେପଟେ ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡିଶାରେ ଗ୍ରୀଷ୍ମ ଲହରୀ ଜାରି ରହିଛି । ୧୯ ସୁଦ୍ଧା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ହେବାକୁ ଯାଉଥିବା ଲଘୁଚାପ ମୌସୁମୀ ସକ୍ରିୟ କରିବା ନେଇ ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ ।

Leave a Reply

Your email address will not be published. Required fields are marked *