ବିଭିନ୍ନ ଜିଲ୍ଲାରେ ବର୍ଷା ସହ କାଳବୈଶାଖୀର ସମ୍ଭାବନା

ଭୁବନେଶ୍ଵର : ଆଗାମୀ ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଛି । ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୨ ତାରିଖ ଶୁକ୍ରବାର ଅପରାହ୍ନ ସୁଦ୍ଧା ରାଜ୍ୟର ଅନୁଗୁଳ, ଢ଼େଙ୍କାନାଳ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା କୋରାପୁଟ, ରାୟଗଡା ଓ କନ୍ଧମାଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ପବନ ସହ ଝଡ଼ବର୍ଷା ଜନିତ କାଳବୈଶାଖୀର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ପର୍ଯ୍ୟନ୍ତ ରହିପାରେ ।

Leave a Reply

Your email address will not be published. Required fields are marked *