ମେଷ : ଉଦାର ସ୍ବଭାବର ହୋଇପାରନ୍ତି । ଦାନ-ଧର୍ମରେ ଦୀକ୍ଷିତ ହୋଇ ଚଳଚଞ୍ଚଳ ରହିବେ । ସୁସ୍ଥ ଓ ନିରାମୟ ରହିବେ । କୃଷି କର୍ମକାରୀ ହୋଇପାରନ୍ତି । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ଯାନବାହନ ସୁଖ ମିଳିବ ।
ବୃଷ : ମନ ପ୍ରସନ୍ନ ରହିବ । ଈଶ୍ବର ବିଶ୍ବାସୀ ହେବେ । ଭଦ୍ରୋଚିତ ଓ ମାର୍ଜିତ ହେବେ । ଥଣ୍ଡାକଫରେ ପୀଡ଼ିତ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ ।
ମିଥୁନ : ପରମ ଭାଗ୍ୟଶାଳୀ ହୋଇପାରନ୍ତି । ବିକଶିତ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ । ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାରଚରିତ ଓ ବିଦ୍ୟାପ୍ରେମୀ ହେବେ । ଦାମ୍ପତ୍ୟ ସୁଖ ମିଳିବ । ବିଭିନ୍ନ ସୂତ୍ରରୁ ଧନାଗମ ହେବ ।
କର୍କଟ : ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ଆଶାନୁରୂପ ହେବ । ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି । ରଣ କ୍ଷେତ୍ରରେ ବୀରତ୍ବ ପ୍ରଦର୍ଶନ କରି ପ୍ରଶଂସାର ପାତ୍ର ହେବେ । ସୁସ୍ଥ ରହିବେ । ଚିନ୍ତାଧାରା ଉତ୍ତମ ମାନର ହେବ ।
ସିଂହ : ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି । କାର୍ଯ୍ୟରେ ବିଘ୍ନ ଉପୁଜିପାରେ । କର୍ମଚଞ୍ଚଳ ରହିବେ । ଏକାନ୍ତରେ ସାଧନାରତ ହୋଇପାରନ୍ତି । ସ୍ନେହପୂର୍ଣ୍ଣ କଥା କହି ପରକୁ ଆପଣାର କରିବେ । ଶୀର୍ଷାସନ ପ୍ରାପ୍ତ ହେବେ ।
କନ୍ୟା : ସୁସ୍ଥ ଓ ନିରାମୟ ରହିବେ । ଯଶସ୍ବୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭର ସୂଚନା ମିଳୁଛି । ସନ୍ତାନମାନେ ଗୁଣୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି ।
ତୁଳା : କୁଳ ପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ବଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ବୀ ହେବେ । ପାରିବାରିକ ଜୀବନ ସୁଖପ୍ରଦ ହେବ ।
ବିଛା : ଭାଗ୍ୟଶାଳୀ ହେବେ । ଦିନଟି ଭୋଗ-ବିଳାସପୂର୍ଣ୍ଣ ହୋଇପାରେ । ସୁଖସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିପାରନ୍ତି । ଧର୍ମାତ୍ମା, ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ପାରିବାରିକ ସୁଖ ମିଳିବ ।
ଧନୁ : ସ୍ବାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଜଳଯାତ୍ରା ନ କରିବା ଭଲ । ସର୍ଦ୍ଦି ବା କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି । ସମସ୍ୟାର ମୁକାବିଲା କରିବେ ।
ମକର : ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି । ବନ୍ଧୁମିଳନ ଘଟିପାରେ । ବ୍ୟବସାୟ ଲାଭଜନକ ହେବ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ପତ୍ନୀଙ୍କ ପରାମର୍ଶରେ ପରିଚାଳିତ ହେବେ ।
କୁମ୍ଭ : ମିତବ୍ୟୟୀ ହେବେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । କୌଶଳୀ ଓ ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ ।
ମୀନ : କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ । ଲଟେରି ଉଠାଣ ଫଳ ସପକ୍ଷରେ ଯାଇପାରେ ।
