ଶ୍ରୀମନ୍ଦିର ଗର୍ଭଗୃହରୁ ଖସିଲା ଦେଢ କିଲୋ ଓଜନର ପ୍ଲାଷ୍ଟର

ପୁରୀ : ଶ୍ରୀମନ୍ଦିରରୁ ପୁଣି ଖସିଲା ପ୍ଲାଷ୍ଟର । ଗର୍ଭଗୃହରେ ପ୍ରାୟ ଦେଢ କିଲୋଗ୍ରାମ ଓଜନର ପ୍ଲାଷ୍ଟର ଖସିଥିବା ସୂଚନା । ପଥରଟିକୁ ବଡ ଠାକୁର ଶ୍ରୀବଳଭଦ୍ରଙ୍କ ପଛପଟ ପରିକ୍ରମାରୁ ଠାବ କରାଯାଇଛି । ଗତକାଲି ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ପ୍ଲାଷ୍ଟରଟିକୁ ଠାବ କରିବା ସହ ଗାରଦରେ ଜିମା ଦିଆଯାଇଛି । ତେବେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଆଘାତ ଲାଗିନାହିଁ ।

ଶ୍ରୀଅଙ୍ଗ ସୁରକ୍ଷିତ ରହିଛି । ପ୍ଲାଷ୍ଟର ଖସିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ । ରତ୍ନବେଦୀରେ ଯେଉଁ ମରାମତି କାର୍ଯ୍ୟ କରାଯାଇଥିଲା ସେଥିପାଇଁ ଚୁନ ପଥର ଖସିଥାଇ ପାରେ ବୋଲି ଆଶଙ୍କା କରାଯାଉଛି । ଏଏସଆଇ ତୁରନ୍ତ ଘଟଣାକୁ ଗୁରୁତର ସହ ନେଇ ପଦକ୍ଷେପ ନେବାକୁ ସେବାୟତ ମହଲରେ ଦାବି ହୋଇଛି ।

Leave a Reply

Your email address will not be published. Required fields are marked *