ରାଜ୍ୟରେ ଲାଗି ରହିଛି ବର୍ଷା, ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ଲାଗି ରହିଛି ବର୍ଷା । ଆଜି ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ଜୁନ ୨୬ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ପୂର୍ବ ଝାଡ଼ଖଣ୍ଡ ଓ ପାର୍ଶ୍ବବର୍ତ୍ତୀ ଉତ୍ତର ଓଡ଼ିଶାର ବାୟୁମଣ୍ଡଳ ଉପରେ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପ୍ରଭାବରେ ଆସନ୍ତା‌ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବ । କିଛି ସ୍ଥାନରେ ଅତିପ୍ରବଳ ବର୍ଷା ନେଇ ଆଶଙ୍କା । ଅନ୍ୟପଟେ ଏ ଯାଏ ରାଜ୍ୟରେ ସ୍ୱାଭାବିକ ଠାରୁ ୩୮% ନିଅଣ୍ଟିଆ ବର୍ଷା ହୋଇଥିବା ସୂଚନା ମିଳିଛି ।

ଏହାର ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଦେବଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ସେହିପରି ୨୪ ତାରିଖରେ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା ଜିଲ୍ଲାରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *