ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା, ୨୬ ଯାଏଁ ରାଜ୍ୟର ଅନେକ ସ୍ଥାନରେ କୋହଲା ପାଗ ରହିବା ସହ ବର୍ଷା

ଭୁବନେଶ୍ୱର : ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା । ରାଜଧାନୀ ଭୁବନେଶ୍ବର ସମେତ ସୋନପୁର, ସୁନ୍ଦରଗଡ, ସମ୍ବଲପୁର, କେନ୍ଦୁଝର, ଝାରସୁଗୁଡା, ବାରିପଦା, ଚାନ୍ଦବାଲି ଏବଂ ବାଲେଶ୍ବର ଜିଲାର କେତେକ ସ୍ଥାନରେ ହାଲୁକା ବର୍ଷା ହୋଇଛି । ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ । ଏଥିପାଇଁ ୯ ଟି ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି କରାଯାଇଛି । ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୁରଭଞ୍ଜ ଏବଂ ଢେ଼ଙ୍କାନାଳ ଜିଲ୍ଲାକୁ ସତର୍କତା କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତା ୨୬ ଯାଏଁ ରାଜ୍ୟର ଅନେକ ସ୍ଥାନରେ କୋହଲା ପାଗ ରହିବା ସହ ବର୍ଷା ହୋଇପାରେ । ୨୪ ଏବଂ ୨୫ ରେ ରାଜ୍ୟର ଅନେକ ସ୍ଥାନରେ କୁହୁଡି ଦେଖାଦେବ ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Leave a Reply

Your email address will not be published. Required fields are marked *