ଆସିଲା ବନ୍ୟା କ୍ଷୟକ୍ଷତି ରିପୋର୍ଟ, ଚଳିତ ବର୍ଷ ବନ୍ୟାରେ ୧ ଲକ୍ଷ ୨୦ ହଜାର ହେକ୍ଟର ଚାଷ ଜମି ବନ୍ୟାରେ ହୋଇଛି ନଷ୍ଟ

ଭୁବନେଶ୍ୱର : ଆସିଲା ବନ୍ୟା କ୍ଷୟକ୍ଷତି ରିପୋର୍ଟ । ବନ୍ୟା ଭାଙ୍ଗିଦେଲା ଚାଷୀଙ୍କ ମେରୁଦଣ୍ଡ । ଚଳିତ ବର୍ଷ ବନ୍ୟାରେ ୧ ଲକ୍ଷ ୨୦ ହଜାର ହେକ୍ଟର ଚାଷ ଜମି ବନ୍ୟାରେ ହୋଇଛି ନଷ୍ଟ । ବନ୍ୟା ଓ ବର୍ଷାରେ ୨୪ଟି ଜିଲ୍ଲାର ଚାଷୀ ପ୍ରଭାବିତ ହୋଇଛନ୍ତି ।

ସେହିପରି ୧୦ଟି ଜିଲ୍ଲାରେ ଚାଷୀଙ୍କର ଅଧିକ କ୍ଷୟକ୍ଷତି ହୋଇଛି । ଖାସ୍‌ କରି ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାରେ ଅଧିକ ଚାଷ ଜମି କ୍ଷତି ହୋଇଛି । ଜଗତସିଂହପୁରରେ ସର୍ବାଧିକ ୨ ହଜାର ୪୨୦ ହେକ୍ଟର ଚାଷ ଜମି ବନ୍ୟାରେ କ୍ଷତି ହୋଇଛି । ଏନେଇ ସୋମବାର କୃଷି ମନ୍ତ୍ରୀ ଚାଷୀଙ୍କ କ୍ଷୟକ୍ଷତି ନେଇ ସମୀକ୍ଷା କରିଥିଲେ ।

Leave a Reply

Your email address will not be published. Required fields are marked *