ହାଜତରେ ମୃତ୍ୟୁ !

ଭୁବନେଶ୍ୱର : ଭୁବନେଶ୍ୱର ବଡଗଡ ଥାନାରେ ହାଜତ ମୃତ୍ୟୁ ଅଭିଯୋଗ । ମୃତକ ହେଉଛନ୍ତି କପିଳପ୍ରସାଦ ଅଂଚଳର ଦେବେନ୍ଦ୍ର ଚୌଧୁରୀ ।

ଖବର ଅନୁଯାୟୀ, ରବିବାର ବିଳମ୍ବିତ ରାତିରେ ସେ ରସୁଲଗଡରୁ ଘରକୁ ଫେରୁଥିବା ବେଳେ ପୋଲିସ ତାଙ୍କୁ ଉଠାଇ ନେଇଥିବା ଦେବେନ୍ଦ୍ରଙ୍କ ସ୍ତ୍ରୀ ଅଭିଯୋଗ କରିଛନ୍ତି । ଥାନା ହାଜତରେ ସେ ତଳେ ପଡି ଗୁରୁତର ହେବା ପରେ ଦେବେନ୍ଦ୍ରଙ୍କୁ କ୍ୟାପିଟାଲ୍‌ ହସ୍ପିଟାଲକୁ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ଦେବେନ୍ଦ୍ରଙ୍କ ନାଁରେ ପୂର୍ବରୁ ଏକାଧିକ ଚୋରି ମାମଲା ରହିଛି ।

ସେପଟେ ରବିବାର ଚୋରି କରୁଥିବା ବେଳେ ପୋଲିସ ତାଙ୍କୁ ଧରିବାକୁ ଚେଷ୍ଟା କରିବା ବେଳେ ସେ ପଡି ଯାଇଥିଲେ । ଥାନାକୁ ଆଣି ଜେରା ବେଳେ ତାଙ୍କ ସ୍ବାସ୍ଥ୍ୟ ଭଲ ନ ଥିବା ସେ କହିଥିଲେ । ହସ୍ପିଟାଲ ନେବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ବୋଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *