ଭୁବନେଶ୍ବର : ଖୁବଶୀଘ୍ର ଘୋଷଣା ହୋଇପାରେ ପୌର ନିର୍ବାଚନ ତାରିଖ । ଏନେଇ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ଜଣାଯାଇଛି । ୪୮ଟି ପୌର ପରିଷଦ, ୫୯ଟି ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ୩ଟି ମହାନଗରରେ ହେବ ନିର୍ବାଚନ । ରାଜ୍ୟରେ ବର୍ତ୍ତମାନ ପଞ୍ଚାୟତ ନିର୍ବାଚନ ଚାଲିଥିବାବେଳେ, ପୌର ନିର୍ବାଚନ ନେଇ ସରକାର ପ୍ରସ୍ତୁତ ଅଛନ୍ତି । ସମସ୍ତ ପ୍ରସ୍ତୁତି ଶେଷ କରିବା ପରେ ଗୃହ ଓ ନଗର ଉନ୍ନୟନ ବିଭାଗ ବିଜ୍ଞପ୍ତି ମାଧ୍ୟମରେ ପୌର ନିର୍ବାଚନ ପାଇଁ ଆହ୍ୱାନ କରିଛି । ପୌର ପରିଷଦ, ବିଜ୍ଞାପିତ ଅଞ୍ଚଳ ପରିଷଦ, ମହାନଗର ନିଗମରେ କାଉନସିଲର, କର୍ପୋରେଟର, ପୌରାଧ୍ୟକ୍ଷ ଓ ମେୟର ପାଇଁ ନିର୍ବାଚନ ହେବ ।
