ବଢ଼ୁଛି ତାପମାତ୍ରା, ୪୦ଂ ଉପରେ ରାଜ୍ୟର ୪ ସହର

ଭୁବନେଶ୍ବର : ବଢ଼ୁଛି ତାପମାତ୍ରା । ସୋମବାର ଦିନ ବି ରାଜ୍ୟର ୪ଟି ସହରର ତାପମାତ୍ରା ୪୦ ଡିଗ୍ରି ଉପରେ ରହିଛି । ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ୪୦.୨ ଡିଗ୍ରି ରେକର୍ଡ କରାଯାଇଛି । ଏହା ବ୍ୟତୀତ ବଲାଙ୍ଗୀର, ଟିଟିଲାଗଡ଼ ଓ ବୌଦ୍ଧ ସହରର ତାପମାତ୍ରା ୪୦ ଡିଗ୍ରି ରହିଥିଲା । ରାଜ୍ୟର ଅଧିକାଂଶ ସହରର ତାପମାତ୍ରା ୩୫ ଡିଗ୍ରି ଉପରେ ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପାଗରେ କୌଣସି ପରିବର୍ତ୍ତନ ହେବନି । ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନର ତାପମାତ୍ରା ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରି ଏବଂ ଉପକୂଳ ଓଡ଼ିଶାରେ ୨ ଡିଗ୍ରି ପର୍ଯ୍ୟନ୍ତ ଅଧିକ ରହିବ । କିଛି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।

Leave a Reply

Your email address will not be published. Required fields are marked *