୮ ବର୍ଷ ଶିଶୁକନ୍ୟାର ଗଳାକାଟି ହତ୍ୟା, କଟାମୁଣ୍ଡ ଧରି ଗାଁ ଦାଣ୍ଡରେ ଦୁର୍ବୃତ୍ତର ଉନ୍ମତ୍ତକାଣ୍ଡ

କୁଚିଣ୍ଡା : କୁଚିଣ୍ଡା ଜମନକିରା ଥାନା କସଡ଼ା ଗ୍ରାମରେ ଅଭାବନୀୟ ଘଟଣା । ଆଠ ବର୍ଷର ଶିଶୁ କନ୍ୟାକୁ ହତ୍ୟା କରି ଗାଁ ଦାଣ୍ଡରେ ଉନ୍ମୁକ୍ତ କାଣ୍ଡ କରିଛି ଦୁର୍ବୃତ୍ତ l କସଡ଼ା ଗ୍ରାମର ନବକିଶୋର ଧରୁଆଙ୍କ ଆଠ ବର୍ଷର ଝିଅ ପ୍ରଜାଲିନ ଘର ପାଖ ଚାଷ ଜମିକୁ ଶୌଚ ହେବାକୁ ଯାଇଥିଲା । ଏହି ସମୟରେ ଗ୍ରାମର ପ୍ରଶାନ୍ତ ବଗାର ଏକ ଟାଙ୍ଗିଆରେ ଶିଶୁକନ୍ୟାକୁ ହତ୍ୟା କରି କଟା ମୁଣ୍ଡକୁ ହାତରେ ଧରି ଗାଁ ଦାଣ୍ଡରେ ବୁଲିବା ସହ ଏକ ନଳକୂପ ନିକଟରେ ପକାଇ ଦେଇଥିଲା l ପ୍ରଜାଲିନର ପରିବାର ଲୋକେ ମହୁଲ ଗୋଟେଇ ଯାଇଥିବା ବେଳେ ଏଭଳି ଅଘଟଣ ଦେଖିବାକୁ ପାଇଥିଲେ । ଖବରପାଇ ଜମନକିରା ପୋଲିସ ଘଟଣା ସ୍ଥଳରେ ପହଂଚି ଅଭିଯୁକ୍ତକୁ କାବୁ କରିଥିବାବେଳେ ତଦନ୍ତ ଆରମ୍ଭ କରିଛି l

Leave a Reply

Your email address will not be published. Required fields are marked *