ଭୁବନେଶ୍ୱର : ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହାଇଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା । କ୍ରମେ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି ଲଘୁଚାପ କ୍ଷେତ୍ର । ୪୮ ଘଣ୍ଟା ଭିତରେ ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେବ ।
ଲଘୁଚାପ କ୍ଷେତ୍ର ସୃଷ୍ଟି ପରେ ଆଜି ସ୍ପଷ୍ଟ ହେବ ବାତ୍ୟା ଚିତ୍ର । ଏପଟେ ବାତ୍ୟା ପାଇଁ ରାଜ୍ୟରେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଜିଲ୍ଲାପାଳମାନଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।
ଅନ୍ୟପଟେ ସକ୍ରିୟ କାଳବୈଶାଖୀ ପ୍ରଭାବରେ ୬ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଜାରି ରହିଛି । ୬ ଜିଲ୍ଲାରେ ଯଥା-ଅନୁଗୁଳ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ପୁରୀରେ ବର୍ଷା ଲାଗି ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଅନ୍ୟପଟେ ବାତ୍ୟା ଓଡ଼ିଶା ଉପକୂଳ ଛୁଇଁବ ବୋଲି ଏଯାଏଁ କୁହାଯାଇନି । ବାତ୍ୟା ହେବ କି ନାହିଁ ସେ ନେଇ କୌଣସି ନିର୍ଦ୍ଦିଷ୍ଟ ସୂଚନା ମଧ୍ୟ ଦିଆଯାଇ ନାହିଁ । ତେବେ ଆଜି ସନ୍ଧ୍ୟା ସୁଦ୍ଦା ବାତ୍ୟାକୁ ନେଇ ଚିତ୍ର ସ୍ପଷ୍ଟ ହେବ ।
