ଆଜିଠୁ ୩ ଦିନ ଧରି ୭ ଉପକୂଳ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା !

ପୁରୀ : ବାତ୍ୟା ଅସାନୀର ଆଗମନ ପୂର୍ବରୁ ଓଡ଼ିଶା ଆକାଶରେ ଘନକଳା ବାଦଲ ଖଣ୍ଡ ତ ଆଉ କେଉଁଠି ବର୍ଷା । ସାମୁଦ୍ରିକ ଝଡ଼ ଅସାନୀ ଓଡ଼ିଶାର ସ୍ଥଳଭାଗକୁ ଛୁଇଁବା ସମ୍ଭାବନା ନଥିଲେ ବି ଏହା ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ।

ଆଜିଠୁ ୩ ଦିନ ଧରି ୭ ଉପକୂଳ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ । ସେହିଭଳି କିଛି ଜିଲ୍ଲାରେ ଘଣ୍ଟା ପ୍ରତି ପ୍ରାୟ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ଥିବାରୁ ଏହାକୁ ନେଇ ଉପକୂଳ ଜିଲ୍ଲାରେ ବଢ଼ିଛି ସତର୍କତା ।

ଏବେ ପୁରୀଠୁ ପ୍ରାୟ ୬୦୦ କିଲୋମିଟର ଉତ୍ତର ଓ ଉତ୍ତର-ପୂର୍ବ ଦିଗରେ ଥିବା ଭୀଷଣ ବାତ୍ୟା ଅସାନୀ କ୍ରମଶଃ ଦୁର୍ବଳ ହୋଇ ବାତ୍ୟାରେ ପରିଣତ ହେବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ । ତେବେ ଏହାର ପ୍ରଭାବରେ ଆସନ୍ତା ୩ ଦିନ ଧରି ଉପୂକଳ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ନେଇ ଚେତବାନୀ ଦେଇଛି ପାଣିପାଗ ବିଭାଗ ।

Leave a Reply

Your email address will not be published. Required fields are marked *