ପଶ୍ଚିମ ଓଡ଼ିଶାର ୫ ସ୍ଥାନରେ ଦିନ ତାପମାତ୍ରା ୪୦ ଡିଗ୍ରୀ

ଭୁବନେଶ୍ବର : ପଶ୍ଚିମ ଓଡ଼ିଶାର ୫ ସ୍ଥାନରେ ଦିନ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ ଠାରୁ ଅଧିକ ବୁଧବାର ରେକର୍ଡ ହୋଇଛି । ୪୪ ଡିଗ୍ରୀ ସହ ଦେବଗଡ ରାଜ୍ୟର ସବୁଠୁ ଉତ୍ତପ୍ତ ସହରରେ ପରିଣତ ହୋଇଛି । ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରା ୨ ରୁ ୩ ଡିଗ୍ରୀ ବୃଦ୍ଧି ପାଇବ, କିନ୍ତୁ ପରବର୍ତ୍ତୀ ସମୟରେ ପାଗରେ ବିଶେଷ ପରିବର୍ତ୍ତନ ଆସିବ ନାହିଁ । ବୁଧବାର ନୂଆପଡା ୪୦, ବୌଦ୍ଧ ୪୨, ସୁବର୍ଣ୍ଣପୁର ୪୦.୪, ଟିଟିଲାଗଡ ୪୧.୨, ଭୁବନେଶ୍ବର ୩୬.୨, କଟକରେ ୩୭.୨ ଡିଗ୍ରୀ ରହିଛି ।

ପୂର୍ବ ବିହାର, ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ସହ ଝାଡଖଣ୍ଡ ଏବଂ ଓଡ଼ିଶା ମଧ୍ୟରେ ବାୟୁମଣ୍ଡଳରୁ ୧.୫ କିମିରୁ ୨.୧ କିମି ଉଚ୍ଚତାରେ ଏକ ନିମ୍ନଚାପରେଖା ସକ୍ରିୟ ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ବର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ । ବିଶେଷ କରି ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, ଗଜପତି, କୋରାପୁଟ, ମୟୂରଭଞ୍ଜ ଏବଂ ବାଲେଶ୍ବର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବଜ୍ରପାତ ହୋଇପାରେ । ଉକ୍ତ ଜିଲାଗୁଡିକୁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *