ଭୁବନେଶ୍ଵର : ରାଜ୍ୟରେ ବିଭିନ୍ନ ସ୍ଥାନରେ ଆସନ୍ତା ୨ ଦିନ ଯାଏଁ ଘଡ଼ଘଡ଼ି ସହ ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ସୂଚନା ଜାରି କରିଛି । ଦକ୍ଷିଣ ବାଂଲାଦେଶ, ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ବର୍ଷା ହେବ । ଆଗାମୀ ୨ ଦିନ ଯାଏଁ ଉତ୍ତର ଓଡ଼ିଶା ଓ ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ପାଣିପାଗ ବିଭାଗ ପୂର୍ବାନୁମାନ ଅନୁଯାୟୀ, ରାଜ୍ୟର ୨୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ଆସନ୍ତାକାଲି ଠାରୁ ପଶ୍ଚିମ ଓଡ଼ିଶାରେ ତାତି ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ । ତାତିର ମାତ୍ରା ୪୧ ରୁ ୪୪ ଡିଗ୍ରୀ ଭିତରେ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି । ଦୁଇଦିନ ପରେ ପାଗ ଶୁଖିଲା ରହିବ । ତେବେ ଆସନ୍ତା ୫ ରୁ ୬ ତାରିଖ ପର୍ଯ୍ୟନ୍ତ ପ୍ରାୟ ୨୨ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଅନୁମାନ କରାଯାଇଛି । ଏହ ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ,ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଭଦ୍ରକ, ଢେଙ୍କାନାଳ, ନୟାଗଡ଼, ବୌଦ୍ଧ, ଅନୁଗୁଳ, ସମ୍ବଲପୁର, ବରଗଡ଼, ସୋନପୁର, କନ୍ଧମାଳ, ବଲାଙ୍ଗିର, ସୋନପୁର, ବଲାଙ୍ଗୀର, କଳାହାଣ୍ଡି,ନବରଙ୍ଗପୁର, ନୂଆପଡ଼ା ।
