୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ହେବ କାଳବୈଶାଖୀ

ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି ।  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଛି ବୋଲି ସୋମବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୁରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ନାୟାଗଡ଼, ଖୋର୍ଦ୍ଧା, ପୁରୀ ଓ ଗଜପତି ଆଦି ଜିଲ୍ଲାରେ  ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଡବର୍ଷା ହେବାର ସମ୍ଭାବନା ରହିଛି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାର ମାଲକାନଗିରିରେ ସର୍ବାଧିକ ୩୬.୪ଡିଗ୍ରି ସେଲସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ସୁନ୍ଦରଗଡ଼ରେ ସର୍ବନିମ୍ନ ୧୩.୦ ଡିଗ୍ରି ସେଲସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଛି। ତେବେ ଆସନ୍ତା ୪ ଓ ୮ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓ କେନ୍ଦ୍ରୀୟ ଓଡ଼ିଶାରେ କାଳବେଶାଖୀ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। କେତେକ ସ୍ଥାନରେ ବଜ୍ରପାତର ବି ଆଶଙ୍କା ରହିଛି।

Leave a Reply

Your email address will not be published. Required fields are marked *