ଜୁଲାଇ ୨ ତାରିଖରୁ ଆରମ୍ଭ ବିଧାନସଭାର ମୌସୁମୀ ଅଧିବେଶନ

ଭୁବନେଶ୍ବର : ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ଜୁଲାଇ ୨ ତାରିଖରୁ ଆରମ୍ଭ ହେବ । ଏଥିରେ ମୋଟ୍ ୨୪ଟି କାର୍ଯ୍ୟ ଦିବସ ରହିଛି । ଅଧିବେଶନର ପ୍ରଥମ ଦିନରେ ୨୦୨୨-୨୩ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ ହେବ । ଜୁଲାଇ ୩୦ ତାରିଖରେ ବ୍ୟୟମଞ୍ଜୁରି ବିଲ୍ ଉପସ୍ଥାପନ ହେବ । ବିଧାନସଭା ସଚିବାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଏହି ଅଧିବେଶନ ଦୁଇଟି ପର୍ଯ୍ୟାୟରେ ହେବ । ପ୍ରଥମ ପର୍ଯ୍ୟାୟରେ ଜୁଲାଇ ୨ ରୁ ୬ ତାରିଖ ଯାଏ ଗୃହ ଚାଲିବ । ଜୁଲାଇ ୭ ରୁ ୧୩ ତାରିଖ ପର୍ଯ୍ୟନ୍ତ ଗୃହ ମୁଲତବୀ ରହିବ । ୧୪ ତାରିଖରୁ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ ହୋଇ ଅଗଷ୍ଟ ୪ ତାରିଖ ଯାଏ ଚାଲିବ । ଏଥର ନୂଆ ବାଚସ୍ପତି ଗୃହ ପରିଚାଳନା କରିବେ ।

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ୨୦୨୨-୨୩ ର ପୂର୍ଣ୍ଣାଙ୍ଗ ବଜେଟ୍ ପରିବର୍ତ୍ତେ ରାଜ୍ୟ ସରକାର ୪ ମାସିଆ କାମଚଳା ବଜେଟ ଉପସ୍ଥାପିତ କରିଥିଲେ । ତେଣୁ ଜୁଲାଇ ୩୧ ତାରିଖ ପୂର୍ବରୁ ପୂର୍ଣ୍ଣାଙ୍ଗ ବଜେଟ୍ ଗୃହର ଅନୁମୋଦନ ଲାଭ କରିବା ବାଧ୍ୟତାମୂଳକ ।

Leave a Reply

Your email address will not be published. Required fields are marked *