ଆଗାମୀ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର : ମୌସୁମୀ ଅଗ୍ରସର ପାଇଁ ବାଟ ଫିଟାଉଛି ପ୍ରାକ-ମୌସୁମୀ ବର୍ଷା । ଆଗାମୀ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । କିଛି ସ୍ଥାନରେ ୭ ରୁ ୧୧ ସେମି ଓ ଆଉ କିଛି ସ୍ଥାନରେ ୧୧ ରୁ ୨୦ ସେମି ବର୍ଷା ସମ୍ଭାବନା ରହିଛି । ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅତି ପ୍ରବଳ ବର୍ଷା ନେଇ ନୂଆପଡା, କଳାହାଣ୍ଡି, କନ୍ଧମାଳ, ନୟାଗଡ ଓ ମୟୁରଭଞ୍ଜକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ନେଇ ୨୩ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେପଟେ ୩ ଦିନ ତଳେ ଓଡିଶା ଛୁଇଁଥିବା ମୌସୁମୀ ଅଗ୍ରସର ପାଇଁ ପାଗ ସମ୍ପୂର୍ଣ ଅନୁକୂଳ ରହିଛି । ୨ ରୁ ୩ ଦିନ ମଧ୍ୟରେ ଓଡ଼ିଶାର ଅନ୍ୟ ଅଞ୍ଚଳକୁ ଛୁଇଁବ ମୌସୁମୀ ।

Leave a Reply

Your email address will not be published. Required fields are marked *