ବାରିପଦା: ମୟୂରଭଞ୍ଜ ଜିଲ୍ଲା ୪୯ ଜାତୀୟ ରାଜପଥର ବାଙ୍ଗିରିପୋଷି ଘାଟିରେ । ତେବେ ଏଥିରେ କୌଣସି ଯାତ୍ରୀ ହତାହତ ହୋଇନାହାନ୍ତି। କାରଣ ବସ୍ଟିରେ ନିଆଁ ଲାଗିବା ପରେ ଯାତ୍ରୀମାନେ ଓହ୍ଲାଇ ଯାଇଥିଲେ।ସୁଚନା ଅନୁଯାୟୀ ,
କରଞ୍ଜିଆର ସିଙ୍ଗଡ଼ା ଅଞ୍ଚଳରୁ କିଛି ଲୋକ ଏହି ବସ୍ ରିଜର୍ଭ କରି ସଦଖିଆ ଭୋଜି ପାଇଁ ବେତନଟୀ ଅଞ୍ଚଳର ଆମ୍ବଯୋଡ଼ାକୁ ଯାଉଥିଲେ। ଡ୍ରାଇଭର ବାଙ୍ଗିରିପୋଷି ଘାଟିରେ ବସ୍ଟିକୁ ରଖି ଦୁଆରଶୁଣି ମନ୍ଦିରକୁ ପୂଜା କରିବାକୁ ଯାଇଥିଲା। ବସ୍ରେ ପ୍ରାୟ ୫୦ ଜଣ ଯାତ୍ରୀ ଥିଲେ। ତେବେ ବସ୍ଟି ଅଟକିବା ପରେ କିଛି ଯାତ୍ରୀ ଓହ୍ଲାଇ ମନ୍ଦିର ଦର୍ଶନ କରିବାକୁ ଯାଇଥିବା ବେଳେ ଆଉ କିଛି ବାହାରେ ବୁଲାବୁଲି କରୁଥିଲେ। ଏହି ସମୟରେ ବସ୍ରୁ ହଠାତ୍ ଧୂଆଁ ବାହାରିଲା। କେହି କିଛି ବୁଝିବା ପୂର୍ବରୁ ବସ୍ଟି ହୁ ହୁ ହୋଇ ଜଳିବାକୁ ଆରମ୍ଭ କରିଥିଲା। ଖବର ପାଇ ବାଙ୍ଗରିପୋଷିରୁ ଦୁଇଟି ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇ ଥିଲେ
