ଦୁଇ କିନ୍ନର ଗୋଷ୍ଠୀ ମୁହାଁମୁହିଁ ; ୧୦ ଜଣ ଆହତ ହୋଇଥିବା ବେଳେ, ୪ ଜଣ ଗୁରୁତର

ଭଦ୍ରକ : ଚରମ୍ପା ସ୍ଥିତ ଏକ ହୋଟେଲରେ ୨ କିନ୍ନର ଗୋଷ୍ଠୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି । ଫଳରେ ୧୦ ଜଣ ଆହତ ହୋଇଥିବା ବେଳେ ୪ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ସୂଚନା ମୁତାବକ ଟୋଲଗେଟରେ ବଟି ଆଦାୟକୁ ନେଇ କିନ୍ନରଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ପରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ପ୍ରବଳ ମାରପିଟ୍‌ ହୋଇଥିଲା । ଗଣ୍ଡଗୋଳରେ ବ୍ୟାପକ ଭଙ୍ଗାରୁଜା ମଧ୍ୟ ହୋଇଛି । ଏନେଇ ଟାଉନ ଥାନା ପୁଲିସ ଖବରପାଇବା ପରେ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ୪ ଜଣଙ୍କୁ ଅଟକ ରଖିଥିବା ଜଣାପଡ଼ିଛି ।

Leave a Reply

Your email address will not be published. Required fields are marked *