ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ରହିଛି । ଏହାସହ ଜଡିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ୫.୮ କିମି ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଆସନ୍ତା ୭ ତାରିଖରୁ କିଛି ସ୍ଥାନରେ ଅତି ପ୍ରବଳ ବର୍ଷା  ହେବ ବୋଲି ସୋଆ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି । ରାଜ୍ୟର ୫ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ଏବଂ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କେନ୍ଦୁଝର, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର ଓ ବଲାଙ୍ଗୀର ଜିଲ୍ଲାରେ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *