ବିଜେଡିରେ ମିଶିଲେ ହେମାଙ୍କ ଝିଅ

ଭୁବନେଶ୍ୱର : ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ୱାଳ ଆଜି ବିଜେଡିରେ ମିଶିଛନ୍ତି। ନବୀନ ନିବାସରେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଏହି ଅବସରରେ ନିକଟରେ କଂଗ୍ରେସ ଛାଡ଼ି ବିଜେଡିରେ ଯୋଗ ଦେଇଥିବା ପୂର୍ବତନ ବିଧାୟକ ନବ ଦାସ ମଧ୍ୟ ଉପସ୍ଥିତ ରହିଥିଲେ। ବିଜେଡିରେ ଯୋଗ ଦେବା ପରେ ସୁନୀତା କହିଛନ୍ତି ଯେ କଂଗ୍ରେସ ସହିତ ତାଙ୍କର କୌଣସି ସମସ୍ୟା ନଥିଲା। ତେବେ ନବୀନଙ୍କ ନେତୃତ୍ୱ ପ୍ରତି ଆକର୍ଷିତ ହୋଇ ସେ ବିଜେଡିରେ ଯୋଗ ଦେଇଛନ୍ତି। ସେ ସୁନ୍ଦରଗଡ଼ ଜିଲ୍ଲା କଂଗ୍ରେସର କାର୍ଯ୍ୟକାରୀ ସଭାପତି ଥିଲେ।

Leave a Reply

Your email address will not be published. Required fields are marked *