ସକ୍ରିୟ ରହିଛି ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ, ପ୍ରଭାବରେ ଆଜି ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା

ଭୁବନେଶ୍ବର : ସକ୍ରିୟ ରହିଛି ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ପ୍ରଭାବରେ ଆଜି ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି । ବିଶେଷ କରି ମୟୂରଭଞ୍ଜ ଏବଂ ସୁନ୍ଦରଗଡ ଜିଲ୍ଲାରେ ଭାରି ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ ରୁ ୧୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଆଶଙ୍କା ରହିଛି ।

ସେହିପରି ଅନ୍ୟ ୧୧ଟି ଜିଲ୍ଲାକୁ ମଧ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲାଗୁଡିକ ସମ୍ବଲପୁର, ଦେବଗଡ, ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କଟକ, କେନ୍ଦ୍ରାପଡା ଏବଂ ଜଗତସିଂହପୁର । ସେହିପରି ୨୬ ତାରିଖରେ ମଧ୍ୟ ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାର ୧୩ଟି ଜିଲ୍ଲାରେ ବର୍ଷା ହେବା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଥିବା ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *