ଆସନ୍ତା ଦୁଇ ଦିନ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା, ୧୪ ରୁ ଶୁଖିଲା ରହିବ ପାଗ

ଭୁବନେଶ୍ୱର : ଆସନ୍ତା ଦୁଇ ଦିନ ରାଜ୍ୟରେ ହାଲୁକା ବର୍ଷା ହେବ । ଉପକୂଳ ଓ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ତେବେ ୧୪ ଓ ୧୫ ତାରିଖ ୨ ଦିନ ରାଜ୍ୟରେ ପାଗ ଶୁଖିଲା ରହିବ । ୧୨ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ ଓ କନ୍ଧମାଳରେ ଘଡଘଡି ସହ ବର୍ଷା ହୋଇପାରେ ।

୧୩ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହୁପର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜରେ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ମଙ୍ଗଳବାର ଜଗତସିଂହପୁରରେ ୫୫.୬, ବରଗଡରେ ୨୨.୪, ଝାରସୁଗୁଡାରେ ୨୦.୬, ତାଳଚେରରେ ୭ ମିମି ବର୍ଷା ହୋଇଛି ।

Leave a Reply

Your email address will not be published. Required fields are marked *