ପ୍ରତାପ ଚନ୍ଦ୍ର ଷଡଙ୍ଗୀଙ୍କ ନାଁରେ ହାଇକୋଟରେ ଦାୟରହେଲା ନିର୍ବାଚନୀ ମାମଲା

କଟକ : ବାଲେଶ୍ବର ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ବିରୋଧରେ ହାଇକୋର୍ଟରେ ନିର୍ବାଚନୀ ମାମଲା ଦାୟର ହୋଇଛି। ନାମାଙ୍କନ ସମୟ‌େର ଦାଖଲ ସତ୍ୟପାଠରେ ତଥ୍ୟ ଲୁୁଚାଇଥିବାରୁ ଶ୍ରୀ ଷଡଙ୍ଗୀଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରାଯାଉ ବୋଲି ଦର୍ଶାଇ ଏହି ମାମଲା ରୁଜୁ ହୋଇଛି। ବାଲେଶ୍ବର ଅଞ୍ଚଳର ଜଣେ ସାଧାରଣ ଭୋଟର ମହମ୍ମଦ ସହିରୁଲ ହକ୍‌ଙ୍କ ପକ୍ଷରୁ ଦାୟର ମାମଲାରେ ଦର୍ଶାଯାଇଛି ଯେ, ବିଜେପି ପ୍ରାର୍ଥୀ ଶ୍ରୀ ଷଡ଼ଙ୍ଗୀ ନାମାଙ୍କନ ଦାଖଲବେଳେ ଦେଇଥିବା ସତ୍ୟପାଠ ସଂପୂର୍ଣ୍ଣ ନୁହେଁ। ଏଥିରେ ସେ ସଂପୂର୍ଣ୍ଣ ତଥ୍ୟ ଦେଇନାହାନ୍ତି। ଅନେକ ତଥ୍ୟ ଲୁଚାଇଛନ୍ତି। ତାଙ୍କ ବିରୋଧରେ ଥିବା ଅପରାଧିକ ମାମଲା, ସଂପତ୍ତି ଓ ଅନ୍ୟ କେତେକ ପ୍ରସଂଗରେ ସେ ସଂପୂର୍ଣ୍ଣ ତଥ୍ୟ ପ୍ରଦାନ କରି ନାହାନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ପ୍ରାର୍ଥୀ ସତ୍ୟପାଠରେ ଭୁଲ ତଥ୍ୟ ଦେଇଥିଲେ ନିର୍ବାଚନ ଫଳାଫଳ ରଦ୍ଦ ହେବ। ଏପରି ପରିସ୍ଥିତିରେ ସାଂସଦ ଭାବେ ଶ୍ରୀ ଷଡଙ୍ଗୀଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରାଯାଉ ବୋଲି ଆବେଦନକାରୀ ପ୍ରାର୍ଥନା କରିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ସିଦ୍ଧାର୍ଥ ପ୍ରସାଦ ଦାଶ ମାମଲା ପରିଚାଳନା କରୁଛନ୍ତି।

Leave a Reply

Your email address will not be published. Required fields are marked *