ଭୁବନେଶ୍ୱର: ରାଜ୍ୟରେ ପ୍ରବଳ ବର୍ଷା ଅନୁଭୁତ ହୋଇଛି । ଆଗାମୀ 48 ଘଣ୍ଟା ପର୍ଯ୍ୟନ୍ତ ମଧ୍ୟ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ସୋମବାର ବଙ୍ଗୋପସାଗରର ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ସହିତ କିଛି ସ୍ଥାନରେ ହାଲକା ଧରଣର ବର୍ଷା ହେବ ବୋଲି ପାରିପାଗ ବିଶେଷଜ୍ଞ କହିଛନ୍ତି । କନ୍ଧମାଳ, ପୁରୀ, କଟକ, ଖୋର୍ଦ୍ଧା ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାକୁ ଥିବାବେଳେ ସମ୍ବଲପୁର, ସୋନପୁର, ନୟାଗଡ ଅନୁଗୁଳରେ ପ୍ରବଳ ବର୍ଷା ହେବ ବୋଲି ଜଣାପଡିଛି । ଏନେଇ ସମ୍ପୃକ୍ତ ଜିଲ୍ଲା ଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।
