୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡଘଡି ସହିତ ବର୍ଷା ସମ୍ଭାବନା

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଉପକୂଳ ଓଡ଼ିଶା ଏବଂ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଛି। ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରି ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶା, ଛତିଶଗଡ ଏବଂ ଉତ୍ତର ପୂର୍ବ ମଧ୍ୟପ୍ରଦେଶ ଆଡକୁ ମୁହାଁଇବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ହେବାର ସମ୍ଭାବନା ରହିଛି। ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, କେନ୍ଦୁଝର, ସୋନପୁର, ଅନୁଗୋଳ, ନୂଆପଡା ଏବଂ ବଲାଙ୍ଗୀର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଉପରୋକ୍ତ ଜିଲାଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *