ଭୁବନେଶ୍ୱର : ହଟଗୋଳ ଭିତରେ ବିଧାନସଭାରେ ପାରିତ ହେଲା ଓଡିଶା ବସ୍ତି ବାସିନ୍ଦା ମାନଙ୍କର ଭୂମି ଅଧିକାର ସଂଶୋଧନ ବିଲ । ଏହା ଦ୍ୱାରା ଯେଉଁମାନେ ବସ୍ତିରେ ଦୀର୍ଘ ଦିନ ଧରି ବାସ କରୁଥିବେ ସେମାନଙ୍କୁ ୩୦ ବର୍ଗ ମିଟର ଜାଗା ଯୋଗାଇ ଦିଆଯିବ । ଯାହା ଫଳରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଗୃହ ନିର୍ମାଣ ଯୋଜନାରେ ଉପକୃତ ହୋଇ ପାରିବେ । ଏହି ସଂଶୋଧନ ଆଇନ ଦ୍ୱାରା ବସ୍ତି ବାସିନ୍ଦାଙ୍କର ଭୂମି ଅଧିକାର ଓ ଗୃହ ନିର୍ମାଣ ସୁନିଶ୍ଚିତ କରାଯାଇ ପାରିବ ।
