ବ୍ରିଜ ଉପରୁ ୨ ମୃତଦେହ ଜବତ

ଯାଜପୁର : ଯାଜପୁର ଜିଲା ପାଣିକୋଇଲି ଥାନା ଅନ୍ତର୍ଗତ ମିର୍ଜାପୁର ନିକଟ ଜାତୀୟ ରାଜପଥରୁ ଆଜି ୨ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମିର୍ଜାପୁର ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ଚାଲିଥିବା ନିର୍ମାଣଧୀନ ବ୍ରିଜ ଉପରୁ ୨ ଜଣଙ୍କ ମୃତଦେହ ମିଳିଥିବା ବେଳେ ବ୍ରିଜ ତଳୁ ଏକ ବାଇକ ମଧ୍ୟ ଜବତ ହୋଇଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ତେବେ ଏହା ହତ୍ୟା କି ଆତ୍ମହତ୍ୟା ସେ ନେଇ କୌଣସି ସ୍ପଷ୍ଟତା ମିଳିପାରି ନାହିଁ। ଖବର ପାଇଁ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

Leave a Reply

Your email address will not be published. Required fields are marked *