ଖାରଜ୍‌ ହେଲା ଜାମିନ୍‌ ଆବେଦନ

ଖାରଜ୍‌ ହେଲା ଜାମିନ୍‌ ଆବେଦନ, ଜେଲ୍‌ ଗଲେ ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦେବ । ଖୋର୍ଦ୍ଧା କୋର୍ଟରେ କରିଥିବା ଜାମିନ୍‌ ଆବେଦନ ଖାରଜ ପରେ ଚିଲିକା ବିଧାୟକଙ୍କୁ ଜେଲ୍‌କୁ ପଠାଇଦିଆଯାଇଛି । ଖୋର୍ଦ୍ଧା ଏଡିଜେ-୧ ଅଦାଲତ ତାଙ୍କର ଜାମିନ୍‌ ଖାରଜ କରିଥିଲେ । ପୂର୍ବ ପ୍ରସ୍ତୁତି ଅନୁସାରେ ଆଜି କୋର୍ଟରେ ଜଗଦେବ ଆତ୍ମସମର୍ପଣ  କରିଥିଲେ ।ବିଧାୟକ ପ୍ରଶାନ୍ତ କୁମାର ଜଗଦେବ ପ୍ରଥମ ଅତିରିକ୍ତ ଜିଲ୍ଲା ଦୌରା ଜଜ ଖୋର୍ଦ୍ଧାଙ୍କ କୋର୍ଟରେ ଆତ୍ମ ସମର୍ପଣ କରି ଜାମିନ ପାଇଁ ଆବେଦନ କରିଥିଲେ । ଗତ ସେପ୍ଟେମ୍ବର ୮ ତାରିଖରେ ବାଲୁଗାଁ ଥାନାରେ ବିଧାୟକ ଜଗଦେବଙ୍କ ନାମରେ ଏକ ମାମଲା ରୁଜ୍ଜୁ ହୋଇଥିଲା । ବିଧାୟକ ହାଇକୋର୍ଟରେ ଆଗୁଆ ଜାମିନ ପାଇଁ ଆବେଦନ କରିଥିଲେ । ହାଇକୋର୍ଟ ପରାମର୍ଶ କ୍ରମେ ଶୁକ୍ରବାର ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲା ଦୌରାଜଜ୍ କୋର୍ଟରେ ଆବେଦନ କରିଥିଲେ। ଏହାର ବିଚାର କରି କୋର୍ଟ ଏହାକୁ ଖାରଜ କରିଦେଇଛନ୍ତି ।ଗତ ସେପ୍ଟେମ୍ବର ୮ରେ ବିଜେପି ବାଲୁଗାଁ ମଣ୍ଡଳ ସଭାପତି ନିରଞ୍ଜନ ସେଠୀଙ୍କୁ ଆକ୍ରମଣ ଘଟଣାରେ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ ହେବା ସହ ତଳ କୋର୍ଟରେ ହାଜର ହେବାପାଇଁ ନିର୍ଦ୍ଦେଶ ଦେଇଥିଲେ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଆଜି ତଳ କୋର୍ଟରେ ଜାମିନ ପାଇଁ ଆବେଦନ କରିଥିଲେ।

Leave a Reply

Your email address will not be published. Required fields are marked *