ପଡିଗଲେ ହାତୀ ହାବୁଡରେ, ଚାଲିଗଲା ଜୀବନ

ଅନୁଗୋଳ : ଅନୁଗୋଳ ଜିଲ୍ଲା ତାଳଚେର ଏକଘରିଆରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଏକଘରିଆ ଗାଁର ଯୋଗେଶ୍ବର ଦେବତା ।

ସୂଚନାଯୋଗ୍ୟ ଯେ, ଯୋଗେଶ୍ବର ସବୁଦିନ ଭଳି ସକାଳୁ ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ । ସେଠାରେ ହାତୀ ତାଙ୍କୁ କଚାଡି ଦେବା ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଛି। ଖବର ପାଇ ତାଳଚେର ବନ ବିଭାଗ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

Leave a Reply

Your email address will not be published. Required fields are marked *