ଭୁବନେଶ୍ବର : ପୂର୍ବତନ ଆଇଏଫଏସ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ ପାଠକଙ୍କୁ ଗୁରୁବାର ଜେଲରେ ଜେରା କରିବ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଚାକିରୀ କରାଇଦେବା ନାଁରେ ଠକେଇ ଅଭିଯୋଗରେ ଆକାଶଙ୍କୁ ଇଡି ଜେରା କରିବ । ଇଡିର ୩ ଜଣିଆ ଟିମ୍ ଆକାଶ ପାଠକଙ୍କୁ ଜେରା କରିବେ ବୋଲି ଜଣାପଡିଛି । ଏନେଇ ଜିଲ୍ଲା ଦୌରାଜଜଙ୍କଠାରୁ ଅନୁମତି ମିଳିଛି ।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ତଥା ଠକେଇ ଅଭିଯୋଗରେ ଆଇଏଫଏସ ଅଭୟକାନ୍ତ ପାଠକଙ୍କୁ ଗିରଫ କରିଥିଲା ଭିଜିଲାନ୍ସ । ପରେ ତାଙ୍କ ପୁଅ ଆକାଶ ପାଠକଙ୍କର ମଧ୍ୟ କେଳେଙ୍କାରୀ ଧରାପଡିଯାଇଥିଲା । ଟାଟା କମ୍ପାନୀରେ ଚାକିରୀ କରାଇଦେବା ନାଁରେ ଠକେଇ ଅଭିଯୋଗରେ ଆକାଶଙ୍କୁ ମଧ୍ୟ ଭିଜିଲାନ୍ସ ଗିରଫ କରିଥିଲା । ଗତ ଜୁନ୍ ମାସରେ ତାଙ୍କୁ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । ପାଠକ ବାପ-ପୁଅଙ୍କ ସହ ଲିଙ୍କ୍ ଅଭିଯୋଗରେ ଗିରଫ ହୋଇଥିବା ବିଧାୟକ ପ୍ରଦୀପ ପାଣିଗ୍ରାହୀ ମଧ୍ୟ ଜେଲ୍କୁ ମୁକୁଳିସାରିଛନ୍ତି ।
