ରାଉରକେଲା ରେଳଧାରଣା ଉଡ଼ାଇଦେଲେ ମାଓବାଦୀ

ରାଉରକେଲା : ଦକ୍ଷିଣପୂର୍ବ ରେଳପଥର ଚକ୍ରଧରପୁର ନିକଟ ଲୋଟା ପାହାଡ଼ ଏବଂ ସୋନୁଆ ମଧ୍ୟରେ ନକ୍ସଲମାନେ ରେଳଧାରଣାରେ ମାଇନ୍ସ ଲଗାଇ ଉଡ଼ାଇ ଦେଇଛନ୍ତି । ଫଳରେ ହାୱଡା – ମୁମ୍ବାଇ  ମାର୍ଗରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି । ରେଳବାଇ ପକ୍ଷରୁ ଟ୍ରାକ୍ ମରାମତି କାମ ଯୁଦ୍ଧକାଳୀନ ଭିତ୍ତରେ ଚାଲିଛି ।  ଗତକାଲି ବିଳମ୍ବିତ ରାତିରେ ହୋଇଥିବା ବିସ୍ପୋରଣରେ ରେଳ ଧାରଣା କ୍ଷତିଗ୍ରସ୍ତ ହୋଇଥିବାରୁ ବହୁ ଟ୍ରେନ ହୱଡା-ମୁମ୍ବାଇ ମାର୍ଗରେ ବିଳମ୍ବରେ ଚାଲିଛି । ରାଉରକେଲା ଷ୍ଟେସନରେ ମଧ୍ୟ କିଛି ଟ୍ରେନ ଅଟକି ରହିଛି । ଟ୍ରେନ ଚଳାଚଳ ସ୍ବାଭାବିକ କରିବାକୁ ରେଳ ବିଭାଗ ପକ୍ଷରୁ ଉଦ୍ୟମ କରାଯାଉଛି । ଟପ ମାଓବାଦୀ ନେତା କିଶନ ଦା ଏବଂ ତାଙ୍କ ପତ୍ନୀ ଶିଲା ମାରାଣ୍ଡିଙ୍କ ଗିରଫ ପ୍ରତିବାଦରେ ଏହି ବିସ୍ପୋରଣ କରାଯାଇଥିବା କୁହାଯାଉଛି । ଆରପିଏଫ, ରେଳବାଇର ବରିଷ୍ଠ ଅଧିକାରୀ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି l

Leave a Reply

Your email address will not be published. Required fields are marked *