କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ କାନପୁର ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଥିବା ନେଇ ଆଜି ଖବର ମିଳିଛି । ଜଣେ ମାଆ ନିଜର ୨ ମାସର ପୁଅକୁ ହତ୍ୟା କରି କୂଅରେ ପିଙ୍ଗିଦେଇଥିବା ନେଇ ଅଭିଯୋଗ ହୋଇଛି । ହତ୍ୟା ପରେ ଅଖାରେ ପୁରାଇ ପଥର ବାନ୍ଧି କୂଅକୁ ଫିଙ୍ଗି ଦେଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ହଇଚଇ ସୃଷ୍ଟି କରିଛି । ଖବର ପାଇ ଅଗ୍ନିଶମ କର୍ମଚାରୀ ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚି କୂଅରୁ ମୃତଦେହ ଉଦ୍ଧାର କରିଛି । ପୁଅକୁ ମାଆ ହତ୍ୟା କରିବା ସ୍ୱୀକାରୋକ୍ତି ନେଇ ପୁଲିସ ପକ୍ଷରୁ ସୂଚନା ମିଳିଛି । ଘରୋଇ କଳିରୁ ଏଭଳି ଘଟଣା ଘଟିଥିବା ନେଇ ସନ୍ଦେହ କରାଯାଇଛି ।
