ବାଲେଶ୍ବର ବାସୀଙ୍କ ଜୀବନକୁ ବାୟୁ ପ୍ରଦୂଷଣ ହିଁ ପ୍ରଭାବିତ କରୁଛି

 

ଜଳେଶ୍ୱର : ( ସଂଜୟ ଦାସ )
ବାଲେଶ୍ୱର ବାୟୁ ପ୍ରଦୂଷଣ ଦ୍ୱାରା ସର୍ବାଧିକ ପ୍ରଭାବିତ ଭାରତର ୧୨୨ଟି ସହର(ନନ-ଆଟେନମେଣ୍ଟ ସହର) ମଧ୍ୟରୁ ବାଲେଶ୍ୱର ଅନ୍ୟତମ। ଚିକାଗୋ ବିଶ୍ୱବିଦ୍ୟାଳୟର ଏୟାର କ୍ୱାଲିଟି ଲାଇଫ ଇଣ୍ଡେକ୍ସ ଅନୁସାରେ ବାୟୁ ପ୍ରଦୂଷଣ ରୋକା ଯାଇ ପାରିଲେ ବାଲେଶ୍ୱର ଅଧିବାସୀଙ୍କ ହାରାହାରି ପରମାୟୁରେ ତିନି ବର୍ଷ ବୃଦ୍ଧି ଘଟନ୍ତା। ଓଡ଼ିଶାରେ ବାଲେଶ୍ୱର ସମେତ ସାତୋଟି ସହର ଏହି ସର୍ବାଧିକ ପ୍ରଦୂଷିତ ବା ନନ-ଆଟେନମେଣ୍ଟ ସହର ତାଲିକାରେ ଅନ୍ତର୍ଭୁକ୍ତ।

କଳାକାରଖାନା ଓ ଯାନବାହାନରୁ ନିର୍ଗତ ଧୂଆଁ, ରାସ୍ତାର ଧୂଳି ଏବଂ ବିଭିନ୍ନ ନିର୍ମାଣ କାର୍ଯ୍ୟ ସମୟରେ ନିର୍ଗତ ହେଉଥିବା ଧୂଳି ଓ ଧୂଆଁ ଏହି ବାୟୁ ପ୍ରଦୂଷଣର ମୁଖ୍ୟ କାରଣ। ବାୟୁ ପ୍ରଦୂଷଣ ବାଲେଶ୍ୱର ଅଧିବାସୀଙ୍କର ଉଭୟ ଜୀବନ ଜୀବିକାକୁ ପ୍ରଭାବିତ କରୁଛି। ଜାତୀୟ ନିର୍ମଳ ବାୟୁ କାର୍ଯ୍ୟକ୍ରମ ମାଧ୍ୟମରେ ୨୦୨୪ ସୁଦ୍ଧା ବାଲେଶ୍ୱରରେ ବାୟୁ ପ୍ରଦୂଷଣ ୩୦ ପ୍ରତିଶତ ହ୍ରାସ କରିବା ପାଇଁ ଲକ୍ଷ୍ୟ ରଖା ଯାଇଛି। ଶିଳାନୁଷ୍ଠାନ, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଏବଂ ଜନସାଧାରଣ ସମସ୍ତେ ମିଳିତ ଭାବେ ଏହି ଲକ୍ଷ୍ୟ ହାସଲ ଦିଗରେ ଆଗେଇ ଆସିବାକୁ ବକ୍ତାମାନେ ବାଲେଶ୍ୱର ଠାରେ ଅନୁଷ୍ଠିତ ହୋଇ ଥିବା ” ଜନସାଧାରଣଙ୍କ ସହଯୋଗ ନନ-ଆଟେନମେଣ୍ଟ ସହର ଗୁଡିକରେ ବାୟୁ ପ୍ରଦୂଷଣ କମାଇବାରେ ସହାୟକ ହେବକି?” ଶୀର୍ଷକ ସଚେତନତା କର୍ମଶାଳାରେ ଯୋଗ ଦେଇ ମତବ୍ୟକ୍ତ କରିଛନ୍ତି। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ଚିକାଗୋ ବିଶ୍ୱବଦ୍ୟାଳୟ ସ୍ଥିତ ଏନର୍ଜି ପଲିସି ଇନଷ୍ଟିଟ୍ୟୁଟ ଏବଂ ଟାଟା ଡେଭେଲପମେଣ୍ଟ ସେଣ୍ଟରର ମିଳିତ ଅନୁକୁଲ୍ୟରେ ଜାତୀୟ ନିର୍ମଳ ବାୟୁ କାର୍ଯ୍ୟକ୍ରମ(ନ୍ୟାସନାଲ କ୍ଲିନ ଏୟାର ପ୍ରୋଗ୍ରାମ) ଅଧୀନରେ ଏହି କର୍ମଶାଳା ଆୟୋଜିତ ହୋଇଥିଲା।

କାର୍ଯ୍ୟକ୍ରମ ଆରମ୍ଭରେ ସ୍ୱାଗତ ଭାଷଣ ପ୍ରଦାନ କରି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ବାଲେଶ୍ୱର କାର୍ଯ୍ୟାଳୟର ଆଞ୍ଚଳିକ ଅଧିକାରୀ ଡଃ ପ୍ରକାଶ କୁମାର ମହାପାତ୍ର ବାରିପଦା ମହିଳା ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ତଥା ସାହିତ୍ୟିକ ଡ଼ଃ ସୁବାସ ଚନ୍ଦ୍ର ପାତ୍ର, ଡାକ୍ତର ମନୋରଞ୍ଜନ ପାଣିଗ୍ରାହୀ, ସୁବେଦାର ମେଜର ଗିରିଶ କୁମାର ଷଢଙ୍ଗୀ , ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ପରିବେଶ ଯନ୍ତ୍ରୀ ଶୁଭଦର୍ଶିନୀ ଦାସ , ଚିକାଗୋ ବିଶ୍ୱବଦ୍ୟାଳୟସ୍ଥିତ ଏନର୍ଜି ପଲିସି ଇନଷ୍ଟିଟ୍ୟୁଟର ବରିଷ୍ଠ ଡାଟା ବିଶ୍ଳେଷକ ଜ୍ୟୋତି ରଞ୍ଜନ ନାୟକ ପ୍ରମୁଖ ଉପସ୍ଥିତ ଅତିଥି ମାନେ ଜମାଜରେ ବାୟୁ ପ୍ରଦୂଷଣ କିଭୋଲି ନିୟନ୍ତ୍ରଣ କରାଯାଇପାରିବ ସେ ସମ୍ପର୍କରେ ନିଜନିଜର ବକ୍ତବ୍ୟ ରଖି ଥିଲେଯେ ଅତ୍ୟଧିକ ପ୍ରଦୂଷଣ ପ୍ରବଣ ସତର ପ୍ରକାରର ଶିଳ୍ପାନୁଷ୍ଠାନ ଗୁଡିକର ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ଓଡିଶା ସରକାର ଷ୍ଟାର ରେଟିଙ୍ଗ ବ୍ୟବସ୍ଥା ଆରମ୍ଭ କରିଛନ୍ତି। ପ୍ରଦୂଷଣ ଜନିତ ତଥ୍ୟର ସର୍ବଜନୀକରଣ ଜନସାଧାରଣଙ୍କୁ ନିଜ ଅଞ୍ଚଳରେ ଥିବା ଶିଳ୍ପାନୁଷ୍ଠାନ ଗୁଡିକର ପରିବେଶ ପାରଦର୍ଶିତା ସମ୍ପର୍କରେ ସଚେତନ କରାଇବ। ଜନସାଧାରଣ ସଚେତନ ହେଲେ ଏହା ପ୍ରଦୂଷଣକୁ ରୋକିବା ଦିଗରେ ଶିଳ୍ପାନୁଷ୍ଠାନ ଗୁଡିକ ଉପରେ ଚାପ ସୃଷ୍ଟି କରିବାରେ ସହାୟକ ହେବ।

ଏହି କର୍ମଶାଳାରେ ବାଲେଶ୍ୱର ସ୍ଥିତ ବିଭିନ୍ନ ମହାବିଦ୍ୟାଳୟର ଶତାଧିକ ଛାତ୍ର ଛାତ୍ରୀ ଯୋଗଦେଇ ଥିଲେ। କର୍ମଶାଳାର ଶେଷରେ ବକ୍ତାମାନେ ଛାତ୍ର ଛାତ୍ରୀମାନଙ୍କ ବାୟୁ ପ୍ରଦୂଷଣ ସମ୍ପର୍କିତ ବିଭିନ୍ନ ପ୍ରଶ୍ନ ରଖିଥିବା ବେଳେ ଅତିଥି ମାନେ ପ୍ରଶ୍ନର ଉତ୍ତର ଦେଇଥିଲେ। ଚିକାଗୋ ବିଶ୍ୱବଦ୍ୟାଳୟ ସ୍ଥିତ ଏନର୍ଜି ପଲିସି ଇନଷ୍ଟିଟ୍ୟୁଟର କମ୍ୟୁନିକେସନ ଏବଂ ଆଉଟରିଚ ସଂଯୋଜକ ପରଂବ୍ରହ୍ମ ତ୍ରିପାଠୀ ସଭାକାର୍ଯ୍ୟ ପରିଚାଳନା କରିବା ସହ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।

Leave a Reply

Your email address will not be published. Required fields are marked *